Odia Bhajan || ଆହେ ନୀଳ ଶଇଳ || Aahe Nila Shaila; Prabal matta Varan || (duet)

2 months ago
10

ଆହେ ନୀଳ ଶଇଳ:-
Lyrics:
ଆହେ ନୀଳ ଶଇଳ ପ୍ରବଳ ମତ୍ତ ବାରଣ
ମୋ ଆରତ ନଳିନୀ ବନକୁ କର ଦଳନ । ଘୋଷା ।
ଗଜରାଜ ଚିନ୍ତା କଲା ଥାଇ ଘୋର ଜଳେଣ
ଚକ୍ର ପେଷି ନକ୍ର ନାଶି ଉଦ୍ଧାରିଲ ଆପଣ । ୧ ।
ଘୋର ବନେ ମୃଗୁଣୀକି ପଡ଼ିଥିଲା କଷଣ
କେଡ଼େ ବଡ଼ ବିପତ୍ତିରୁ ରକ୍ଷାକଲ ଆପଣ । ୨ ।
କୁରୁସଭା ତଳେ ଶୁଣି ଦ୍ରୌପଦୀର ଜଣାଣ
କୋଟି ବସ୍ତ୍ର ଦେଇ ହେଳେ ଲଜ୍ଜା କଲ ବାରଣ । ୩ ।
ରାବଣର ଭାଇ ବିଭୀଷଣ ଗଲା ଶରଣ
ଶରଣ ସମ୍ଭାଳି ତାଙ୍କୁ ଲଙ୍କେ କଲ ରାଜନ । ୪ ।
ପ୍ରହଲ୍ଲାଦ ପିତା ସେ ଯେ ବଡ଼ ଦୁଷ୍ଟ ଦାରୁଣ
ସ୍ତମ୍ଭରୁ ବାହାରି ତାକୁ ବିଦାରିଲ ତକ୍ଷଣ । ୫ ।
କହେ ସାଲବେଗ ହୀନ ଜାତିରେ ମୁଁ ଯବନ
ଶ୍ରୀରଙ୍ଗା ଚରଣ ତଳେ କରୁଅଛି ଜଣାଣ । ୬
Jay Jagannath 🙏

Loading comments...