ଜଗବନ୍ଧୁ ପରି ଜଣେସାମନ୍ତ || Jagabandhu pari Jane Samanta || ଶ୍ରୀ ଜଗନ୍ନାଥ ଭଜନ

3 months ago
1

Jagabandhu pari Jane Samanta ||
Singer- Umakant Mishra
Lyrics:
ଜଗବନ୍ଧୁ ପରି ଜଣେ ସାମନ୍ତ ନାହିଁ ନାହିଁ ତ
ଚଉଦ ଭୁବନ ବାରତା ଜାଣନ୍ତି
ଚକ୍ରରେ ଛେଦନ୍ତି ଆରତ । ଘୋଷା ।

ଯେତେବେଳେ କୃଷ୍ଣ ଗୋପପୁରେ ଥିଲେ
ଅକ୍ରୂର ଆଣିଣ ଗଲା ତ
ଗାଇ ଦୁହୁଁ ଦୁହୁଁ କେଶ ଫିଟିଗଲା
ଚତୁର୍ଭୁଜ ହେଲେ ଅନନ୍ତ । ୧ ।

ସୁଗ୍ରୀବର ସଙ୍ଗେ ମଇତ୍ର ହୋଇଣ
ବାଳୀକି ବିନାଶ କଲେ ତ
ରାବଣ ଭ୍ରାତା ଯେ ଶରଣ ପଶିଲା
ଲଙ୍କାଗଡ଼ ତାକୁ ଦେଲେ ତ । ୨ ।

କୁରୁସଭା ତଳେ ଦ୍ରୌପଦୀ ଚିନ୍ତିଲା
କୋଟି ବସ୍ତ୍ର ଦିଆଇଲେ ତ
ଭାରତ ଯୁଦ୍ଧରେ ଭରତିଆ ପକ୍ଷୀ
ଘଣ୍ଟ ଘୋଡ଼ାଇ ରଖିଲେ ତ । ୩ ।

ଏମନ୍ତ ସାମନ୍ତ ତ୍ରିଭୁବନେ ନାହିଁ
ନାଶନେ ଆରତୀ ଆରତ
କହେ ଦୀନକୃଷ୍ଣ ଦାସ ଯେ ଶ୍ରୀକୃଷ୍ଣ
ପଦ୍ମ ପାଦ ଚିତ୍ତେ ଧ୍ୟାୟି ତ । ୪ ।

Loading comments...